
ଭଞ୍ଜନଗର ୨୨/୦୮ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ତନରଡ଼ା ଜରାଶ୍ରମରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତ୍ପଥୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜରାଶ୍ରମର ମୁଖ୍ୟ ଟ୍ରଷ୍ଟି ରବିନ୍ଦ୍ର କୁମାର ପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶିବିରରେ ସଂପୃକ୍ତ ଅଞ୍ଚଳର ଶତାଧିକ ଲୋକ ଯୋଗଦେଇ ସାସ୍ଥ୍ୟ ପରୀକ୍ଷା କରିଥିଲେ। ଏହାପରେ ସେମାନଙ୍କୁ ଔଷଧ ବଣ୍ଟନ କରାଯାଇଥିଲା ।