ଶ୍ରୀମନ୍ଦିରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ମହାପ୍ରଭୁଙ୍କ ଦର୍ଶନ କରିବା ସହ ଦେଶର ମଙ୍ଗଳ କାମନା କଲେ

ପୁରୀ : ଲୋକସଭା ବାଚସ୍ପତି ଓମ୍ ବିର୍ଲା ସପତ୍ନିକ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ସେ ପ୍ରଥମେ ସ୍ଵତନ୍ତ୍ର ସର୍କିଟ ହାଉସ ଓ ପରେ ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ,ଜିଲ୍ଲାପାଳ ଓ ଏସପି ତାଙ୍କୁ ସ୍ଵାଗତ କରିଥିଲେ ।ପ୍ରଥମେ ଅରୁଣ ସ୍ତମ୍ଭ ନିକଟରେ ପ୍ରଣିପାତ କରି ପରେ ପରିବାର ସଦସ୍ୟଙ୍କ ସହ ଶ୍ରୀମନ୍ଦିର ଯାଇ ପ୍ରଥମେ କାଶୀ ବିଶ୍ଵନାଥ ପରେ ରତ୍ନସିଂହାସନ ସ୍ଥିତ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଥିଲେ । ଏହାପରେ ସେ ମା ମଙ୍ଗଳା,ବିମଳା ଓ ମା ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ ।ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍ ଖୁସି ଓ ଆନନ୍ଦିତ ଥିବା କହିଛନ୍ତି । ସମଗ୍ର ଦେଶର ମଙ୍ଗଳ କାମନା କରି ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ରବିନାରାୟଣ ନାୟକ , ସାଂସଦ ଶୁଭାଶିଷ ଖୁଣ୍ଟିଆ ଓ ଅନ୍ୟ ମନ୍ତ୍ରୀ ଉପସ୍ଥିତ ଥିଲେ ।