ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ତାରିଖରେ ଯାଏ ରାଜ୍ୟରେ ବର୍ଷା

ଭୁବନେଶ୍ୱର : ୧୩ ତାରିଖରେ ଯାଏ ରାଜ୍ୟରେ ବର୍ଷା । ଉତ୍ତର ଗୁଜରାଟ ଏବଂ ସଂଲଗ୍ନ ଦକ୍ଷିଣ ପଶ୍ଚିମ ରାଜସ୍ଥାନ ଉପରେ କେନ୍ଦ୍ରୀଭୂତ ଅବପାତ ଠାରୁ ଗୋପାଳପୁର ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ ବ୍ଯାପିଛି । ଅନ୍ୟ ଏକ ଟ୍ରପଲାଇନ ପୂର୍ବ-ଦକ୍ଷିଣ ପୂର୍ବରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ଯନ୍ତ ବ୍ୟାପିଛି । ଏହା ସହ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତା ୧୩ ତାରିଖରେ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ।ଆଗାମୀ ୨୪ଘଣ୍ଟାରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ନେଇ ୮ ଜିଲ୍ଲା ଗଞ୍ଜାମ,ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଆସନ୍ତାକାଲି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିକୁ ୟେଲୋ ଆଲର୍ଟ ଜାରି ହୋଇଛି। ୧୧ତାରିଖରୁ ବଢିବ ବର୍ଷା। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଦୁଇ ଜିଲ୍ଲା ମୟୂରଭଞ୍ଜ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି ।