
ଭଞ୍ଜନଗର (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅଧୀନ ଗୁଣ୍ଡୁରିବାଡି ପଞ୍ଚାୟତର ବାଉଁଶକଟା ଗାଁ ରେ ସାପ କାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ସେହି ଗ୍ରାମର ଗଣେଶ ପରିଚ୍ଛା। ଗଣେଶ ଗତ କାଲି ରାତିରେ ଭୋଜନ ଖାଇବା ପରେ ଘରେ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ତାଙ୍କୁ ଏକ ବିଷଧର ସାପ କାମୁଡିଥିଲା। ଫଳରେ ଘଟଣାସ୍ଥଳରେ ହିଁ ସେ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରିଥିଲେ। ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଗଣେଷଙ୍କ ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ପୁଲିସ ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।