
ଭୁବନେଶ୍ୱର: ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସେବା ଆସନ୍ତା ମାସରେ ଓଡିଶାରେ ଆରମ୍ଭ ହେବାର ସମ୍ଭାବନା ରହିଛି । ସୂଚନାନୁସାରେ ଏହି ସୁପରଫାଷ୍ଟ ହାଇ-ଏଣ୍ଡ ଏକ୍ସପ୍ରେସ ଟ୍ରେନ ପୁରୀରୁ ଆରମ୍ଭ ହୋଇ ରାଜଧାନୀ ଭୁବନେଶ୍ୱର ଦେଇ ହାୱାର୍ଡା ପର୍ଯ୍ୟନ୍ତ ଚାଲିବ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭ ଉଦଘାଟନ କରିପାରନ୍ତି । ତେବେ ଏହାର ସମୟସାରଣୀ ପ୍ରସ୍ତୁତ ହୋଇନାହିଁ । ବନ୍ଦେ ଭାରତ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଉଛି । ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚି ପାରିବେ ।