
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିଦର୍ଶନ କରିଛନ୍ତି। ସେ ପବିତ୍ର ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ଶିଖରରେ ବିଧିବଦ୍ଧ ଭାବରେ ଏକ ଗେରୁଆ ପତାକା ଉତ୍ତୋଳନ କରିଛନ୍ତି।ଯାହା ମନ୍ଦିର ନିର୍ମାଣ ସମାପ୍ତି ଏବଂ ସାଂସ୍କୃତିକ ଉତ୍ସବ ଏବଂ ଜାତୀୟ ଏକତାର ଏକ ନୂତନ ଅଧ୍ୟାୟର ଆରମ୍ଭ ହୋଇଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଅଯୋଧ୍ୟାରେ ପହଞ୍ଚିବା ପରେ ଏକ ରୋଡ୍ ଶୋ’ କରିଥିଲେ। ଏଥିରେ ହଜାର ହଜାର ଲୋକ ପ୍ରଧାନମନ୍ତ୍ରୀଙ୍କ ଏକ ଝଲକ ଦେଖିବା ପାଇଁ ଏକତ୍ରିତ ହୋଇଥିଲେ। ପରେ ପ୍ରଧାନମନ୍ତ୍ରୀ ସପ୍ତମନ୍ଦିର ପରିଦର୍ଶନ କରିଛନ୍ତି। ତାହା ହେଲା ମହର୍ଷି ବଶିଷ୍ଠ, ମହର୍ଷି ବିଶ୍ୱାମିତ୍ର, ମହର୍ଷି ଅଗସ୍ତ୍ୟ, ମହର୍ଷି ବାଲ୍ମୀକି, ଦେବୀ ଅହଲ୍ୟା, ନିଷାଦରାଜ ଗୁହା ଏବଂ ମାତା ଶବରୀ।