୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ନବନିଯୁକ୍ତ ମାନଙ୍କୁ ଚାରୋଟି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆପଣମାନେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସାଧୁତାପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ଜରିଆରେ ସରକାରୀ ଚାକିରୀ ଯୋଗ ଦେଉଛନ୍ତି। ତେଣୁ ଆପଣଙ୍କ କର୍ତ୍ତବ୍ୟପଥରେ ସାଧୁତା ଓ ସ୍ୱଚ୍ଛତା ଅବଲମ୍ୱନ କରିବା ପାଇଁ ସଂକଳ୍ପବଦ୍ଧ ହେବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଅବସରରେ ନବନିଯୁକ୍ତଙ୍କୁ ଉପଦେଶ ଦେଇ କହିଛନ୍ତି।ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟ ସରକାରଙ୍କ ୧୨ଟି ବିଭାଗରେ ସମୁଦାୟ ୭୨୯୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏହି ବିଭାଗ ଗୁଡ଼ିକ ମଧ୍ୟରେ ଗୃହ ବିଭାଗରେ ୧୯୭୯ ଜଣ କନଷ୍ଟବଳ ଓ ୩୮୬ ଜଣ ଡ୍ରାଇଭର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୧୯୧୩ ଜଣ ସ୍ନାତକ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନିମନ୍ତେ ୨୪୧ ଜଣ ପିଜିଟି, ଉଚ୍ଚଶିକ୍ଷା ବିଭାଗରେ କନିଷ୍ଠ ସହାୟକ, ୭ ଜଣ PET ଏବଂ ୩୧ ଜଣ Laboratory Assistant cum Store Keeper, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗରେ ୨୪ ସହକାରୀ ମତ୍ସ୍ୟ ଅଧିକାରୀ ଏବଂ ୬୪୮ ଜଣ ପ୍ରାଣୀଧନ ନିରୀକ୍ଷକ, ସୂଚନା ଓ ଲୋକସମ୍ପର୍କ ବିଭାଗରେ ୩୯ ଜଣ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଖଣି ଓ ଭୂ-ତତ୍ତ୍ୱ ନିର୍ଦ୍ଦେଶାଳୟରେ ୧୪ ଜଣ କନିଷ୍ଠ ରସାୟନବିତ୍, ବାଣିଜ୍ୟ ଓ ପରିବହନ ବିଭାଗରେ ୧୭ ଜଣ କନିଷ୍ଠ ଷ୍ଟେନୋଗ୍ରାଫର୍, ଜଙ୍ଗଲ ଓ ପରିବେଶ ବିଭାଗରେ ୧୫୦୪ ଜଣ ଫରେଷ୍ଟଗାର୍ଡ ଓ ୨୪୬ ଜଣ ଫରେଷ୍ଟର, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୧୧୭ ଜଣ ସହକାରୀ କୃଷି ଅଧିକାରୀ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗରେ ୧୫ ଜଣ ପାରାମେଡିକ୍‌ସ ଷ୍ଟାଫ୍, ଜଳସମ୍ପଦ ବିଭାଗରେ ୩୬ ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (Mechanical), ଏହାସହିତ ପ୍ରଥମଥର କରି ଆଡଭୋକେଟ ଜେନେରାଲ ଅଫିସ ପାଇଁ ନିୟମିତ ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ୪୦ ଜଣ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇଛନ୍ତି।