
ଯାଜପୁର, (ଅଭିମନ୍ୟୁ ମିଶ୍ର, ଜିଲ୍ଲା ପ୍ରତନିଧି, ଓଡିଶା ଟୁଡେ): ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦ୍ଵାରା ଆଭାସୀ ମାଧ୍ୟମରେ ସୁଭଦ୍ରା ଯୋଜନାର ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଥିବା ହିତାଧିକାରୀମାନଙ୍କୁ ସୁଭଦ୍ରା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲ୍ଲାର ୧୩୪୫ ଜଣଙ୍କୁ ପ୍ରଥମ କିସ୍ତି, ୧୩୭୭ ଜଣଙ୍କୁ ଦ୍ଵିତୀୟ କିସ୍ତି, ୬୦୨୭ ଜଣଙ୍କୁ ତୃତୀୟ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସ୍ଵାନ୍ ସମ୍ମିଳନୀ କକ୍ଷରେ ଆୟୋଜିତ ଜିଲ୍ଲାସ୍ତରୀୟ ସିଧା ପ୍ରସାରଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅମ୍ବର କୁମାର କର, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପାର୍ବତୀ ସାହୁ, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।