
ଭୁବନେଶ୍ଵର : ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ସମାରୋହରେ ସାମିଲ ହେବେ ବୋଲି ସୂଚନା ରହିଛି । ଓଡିଶା ଗସ୍ତ ନେଇ PMOରୁ ସବୁଜ ସଂକେତ ମିଳିଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୁନ 12, 20 କିମ୍ବା ସେପ୍ଟେମ୍ବର 17ରେ ଆସିବାକୁ ନିମନ୍ତ୍ରଣ କରାଯାଇଥିବାର ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟସରକାର ପ୍ରସ୍ତୁତି ମଧ୍ୟ ଆରମ୍ଭ କରିଥିବାର କହିଛନ୍ତି ମୁଖ୍ୟମନ୍ତ୍ରୀ ।