ସମସ୍ତଙ୍କୁ ଚମକାଇଦେଲେ ଜଗନ୍ନାଥ, ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ

ଭୁବନେଶ୍ୱର : ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ତେବେ ଏହାର ଘଣ୍ଟାକ ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ | ଭୁବନେଶ୍ୱର ମଧ୍ୟ ଆସନରୁ ପ୍ରାର୍ଥୀ ଥିଲେ ଜଗନ୍ନାଥ | ତେବେ ସେ ଚଳିତ ନିର୍ବାଚନରେ ହାରିଯାଇଥିଲେ | ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ ।

Leave a Reply

Your email address will not be published. Required fields are marked *