୨୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ଵର: ଆସନ୍ତା ସୋମବାର ଅଗଷ୍ଟ ୨୬ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ, ମୋହନ ସରକାର ଜୁଲାଇ ମାସ ଆରମ୍ଭରୁ ପ୍ରତ୍ୟେକ ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି। ଏଥିରେ ସରକାର ସିଧାସଳଖ ଲୋକଙ୍କ ସମସ୍ୟା ବିଷୟରେ ବୁଝି ଏହାର ସମାଧାନ କରୁଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି ।

Leave a Reply

Your email address will not be published. Required fields are marked *