ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଡ଼ି ମହାନିର୍ଦ୍ଦେଶକ

ପୁରୀ: ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମହାନିର୍ଦ୍ଦେଶକ ରାହୁଲ ନବୀନ। ଏହି ସମୟରେ ଏକାଧିକ ପୁରୁଣା ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି। ଭୁବନେଶ୍ୱର, ପୁରୀ ଓ କଟକ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗସ୍ତ ସମୟରେ ପୁରୀରେ ଦୁଇଦିନ ଅବସ୍ଥାନ କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହାପରେ କଟକରେ ଜଷ୍ଟିସ ଅରଜିତ ପଶାୟତଙ୍କ ବାସଭବନରେ ହେବାକୁ ଥିବା ସମୀକ୍ଷା ବୈଠକରେ ଯୋଗଦେବେ। ଏହାପରେ ସେ  ଭୁବନେଶ୍ୱର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶାଖା କାର୍ଯ୍ୟାଳୟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ପୁରୀ ଗସ୍ତ କରିବା ନେଇ ସୂଚନା ରହିଛି ।

Leave a Reply

Your email address will not be published. Required fields are marked *