ବିରୋଧୀ ସଦସ୍ୟଙ୍କ ହୋହଲ୍ଲା : ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର: ଆଜି ବିଧାନସଭା ଆରମ୍ଭରେ ବିରୋଧୀ ସଦସ୍ୟମାନେ ହୋହଲ୍ଲା କରିବାରୁ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଏହାପରେ କଂଗ୍ରେସ ବିଧାୟକମାନେ ବି ବିଜେଡି ସଦସ୍ୟମାନଙ୍କ ସହ ସ୍ବର ମିଶାଇଥିଲେ। ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ  ବାଧ୍ୟହୋଇ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ ।
ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଥିଲେ। ତାପରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *