୧୭ରେ ଆସିବେ ମୋଦୀ

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ଜନତା ମଇଦାନରେ ସେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ସରକାରୀ ଭାବେ କିଛି ସୂଚନା ଦିଆଯାଇ ନାହିଁ। ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଅହମଦାବାଦରୁ ଭୁବନେଶ୍ବର ଆସିବେ। ସକାଳ ୧୧ଟା ୩୫ରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ଜନତା ମଇଦାନ ଯିବେ। ୧୨ଟାରୁ ୧ଟା ପର୍ଯ୍ୟନ୍ତ ଏକ ଘଣ୍ଟା ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମ ସରିଲା ପରେ ସେ ପୁଣି ସିଧାସଳଖ ବିମାନବନ୍ଦର ଯାଇ ନୂଆଦିଲ୍ଲୀ ଫେରିଯିବେ ।

Leave a Reply

Your email address will not be published. Required fields are marked *