‘ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ ହେବ’

ପୁରୀ: ଆନ୍ଧ୍ରପ୍ରଦେଶର ତିରୁପତିସ୍ଥିତ ଶ୍ରୀ ଭେଙ୍କଟେଶ୍ବରଙ୍କୁ ଅର୍ପଣ କରାଯାଉଥିବା ଲଡୁରେ ପଶୁ ଚର୍ବି ମିଶ୍ରଣ କରାଯାଉଥିବା ନେଇ ଖବର ପ୍ରସାରିତ ହେଲା ପରେ କିଛି ଦିନ ହେଲା ହିନ୍ଦୁ ଧର୍ମାବଳମ୍ବୀଙ୍କ ମନରେ ଶକ୍ତ ଆଘାତ ଲାଗିଛି। ଏହି ଖବରକୁ ନେଇ ‌ଭାରତରେ ଚର୍ଚ୍ଚା ହେଉଛି। ଘଟଣା ସତ କି ଗୁଜବ ସେନେଇ ତଦନ୍ତ ଜାରି ରହିଥିବା ବେଳେ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଘିଅର ମାନ ନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମଙ୍ଗଳବାର ବଡ ବୟାନ ଦେଇଛନ୍ତି ।

ପୁରୀ ଜିଲ୍ଲାପାଳ ଶ୍ରୀ ସ୍ବାଇଁଙ୍କ କହିବା ଅନୁସାରେ, ଶ୍ରୀମନ୍ଦିରରେ ନକଲି ଘିଅ ବ୍ୟବହାର ହେଉଥ‌ିବା ସମ୍ଭାବନା ରହିଛି। ତେଣୁ ଖୁବଶୀଘ୍ର ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ। ଏନେଇ ସୁଆର ଓ ମହାସୁଆର ନିଯୋଗ ସହ ଆଲୋଚନା କରାଯିବ। ଏହାପରେ ଖୁବଶୀଘ୍ର ମହାପ୍ରସାଦ ସହ ଦୀପରେ ବ୍ୟବହୃତ ହେଉଥୁବା ଘିଅକୁ ଫୁଡ୍ ସେଫ୍ଟ ଅଫିସରଙ୍କ ଦ୍ବାରା ଯାଞ୍ଚ କରାଯିବ। ତେବେ ମାନ ଯାଞ୍ଚ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଜିଲ୍ଲାପାଳ ଶ୍ରୀ ସ୍ବାଇଁ କହିଛନ୍ତି, ଆବଶ୍ୟକ ପଡ଼ିଲେ ଘିଅର ମାନ ଯାଞ୍ଚ ହେବ। ଏନେଇ ଓମ୍‌ଫେଡ୍‌ ଓ ଅନ୍ୟ ସଂସ୍ଥା ସହ ଆଲୋଚନା କରିବୁ। ଏକ ମାନକଯୁକ୍ତ ଘିଅ ଯୋଗାଣ ନେଇ ଆମେ ଆଲୋଚନା କରିବୁ। ଆବଶ୍ୟକ ପଡ଼ିଲେ ମହାପ୍ରସାଦ ଓ ଦୀପରେ ବ୍ୟବହୃତ ଘିଅ ମାନ ଯାଞ୍ଚ ହେବ ।

Leave a Reply

Your email address will not be published. Required fields are marked *