୨୩ରୁ ୨୫ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ମନୋରମା ମହାନ୍ତି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସହ ୨୩ ତାରିଖ ସୁଦ୍ଧା ବାତ୍ୟାରେ ପରିଣତ ହେବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।

ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଯାଏଁ ରହିପାରେ। ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୩ ତାରିଖରୁ ରାଜ୍ୟରେ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। ତା’ସହ ପବନ ମଧ୍ୟ ବହିବ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଉଛି । ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ବାତ୍ୟାର ଗତିପଥ କଣ ରହିବ, କେଉଁଠି ସ୍ଥଳଭାଗ ଛୁଇଁବ, ତାହା ସ୍ପଷ୍ଟ ହେବ ।

Leave a Reply

Your email address will not be published. Required fields are marked *