ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ

ଭୁବନେଶ୍ବର: ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରାରେ ଏଭଳି ନାଚକୁ ନେଇ ଚର୍ଚ୍ଚା ହେଉଛି। ଯାତ୍ରାରେ ଏଭଳି ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ। ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ। ରାଜ୍ୟ ସରକାର ଏହାକୁ ଗୁରୁତ୍ବର ସହ ନେଇଛନ୍ତି। ସରକାର ବି ଏ ଦିଗରେ ତର୍ଜମା କରୁଛନ୍ତି। ଏନେଇ ଯାତ୍ରା ମାଲିକଙ୍କ ସହ ଆଲୋଚନା କରାଯିବ। ଏହି ପ୍ରସଙ୍ଗରେ ଚିନ୍ତା କରି ଖୁବଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକମାନଙ୍କୁ ଅନୁରୋଧ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଯାତ୍ରାରେ ଏଭଳି ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ। ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ ।

ରାଜ୍ୟ ସରକାର ଏହାକୁ ଗୁରୁତ୍ବର ସହ ନେଇଛନ୍ତି। ସରକାର ବି ଏ ଦିଗରେ ତର୍ଜମା କରୁଛନ୍ତି। ଏନେଇ ଯାତ୍ରା ମାଲିକଙ୍କ ସହ ଆଲୋଚନା କରାଯିବ। ଏହି ପ୍ରସଙ୍ଗରେ ଚିନ୍ତା କରି ଖୁବଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକମାନଙ୍କୁ ଅନୁରୋଧ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ମନ୍ତ୍ରୀ ଆହୁରି କହିଛନ୍ତି, ବାର ଡାନ୍ସ ବି ଓଡ଼ିଆ ସଂସ୍କୃତି ବିରୋଧୀ। ସେଥିପାଇଁ ନିୟମ ଆସିଛି। ବାରରେ କେବଳ ଅକ୍ରେଷ୍ଟ୍ରା ହେବ ଏବଂ ଗୀତ ସଙ୍ଗୀତ ପରିବେଷଣ ହେବ ।

Leave a Reply

Your email address will not be published. Required fields are marked *