ଶିଶୁ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ ।ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ। ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଏବଂ ଅସୁମାରୀ ସୁଯୋଗ ସୃଷ୍ଟି କରିବା ଦିଗରେ ସମସ୍ତେ ଏକ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଆଜିର ଶିଶୁ ଭବିଷ୍ୟତ ନିର୍ମାଣର କର୍ଣ୍ଣଧାର । ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ। ଏହି ଦିଗରେ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି ।

Leave a Reply

Your email address will not be published. Required fields are marked *