ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି: ୪ ଘଣ୍ଟା ଜଗାଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *