ଯାତ୍ରାରେ ଚାଲିଥିବା ଅଶ୍ଳୀଳ ନୃତ୍ୟକୁ ବନ୍ଦ କରାଯିବ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ବର: ଯାତ୍ରାରେ ଚାଲିଥିବା ଅଶ୍ଳୀଳ ନୃତ୍ୟକୁ ବନ୍ଦ କରାଯିବ। ଏନେଇ ଆଜି ବିଧାନସଭାରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋ‌ଷଣା କରିଛନ୍ତି। ସେ କହିଛନ୍ତି, ଯାତ୍ରାରେ ଚାଲୁଥିବା ଅଶ୍ଲୀଳ ନୃତ୍ୟ ଖୁବ୍ ଶୀଘ୍ର ବନ୍ଦ ହେବ। ଏଥିପାଇଁ ରାଜ୍ୟ ସରକାର ମାର୍ଗଦର୍ଶିକା ଆଣୁଛନ୍ତି। ଯାତ୍ରା ପାର୍ଟିରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ବର ସହ ବିଚାର କରୁଛନ୍ତି। ଯାତ୍ରାରେ ଚାଲୁଥିବା ଅଶ୍ଲୀଳ ନୃତ୍ୟ ଖୁବ୍ ଶୀଘ୍ର ବନ୍ଦ ହେବ। ଏଥିପାଇଁ ରାଜ୍ୟ ସରକାର ମାର୍ଗଦର୍ଶିକା ଆଣୁଛନ୍ତି। ଯାତ୍ରା ପାର୍ଟିରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ବର ସହ ବିଚାର କରୁଛନ୍ତି। ଏଣେଏହି ପ୍ରସଙ୍ଗରେ କିଛି ଦିନ ତଳେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ, ଯାତ୍ରାରେ ଯାତ୍ରାରେ ଅଶ୍ଳୀଳ ନୃତ୍ୟ ନେଇ ଚର୍ଚ୍ଚା ହେଉଛି। ଯାତ୍ରାରେ ଏଭଳି ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ। ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ। ରାଜ୍ୟ ସରକାର ଏହାକୁ ଗୁରୁତ୍ବର ସହ ନେଇଛନ୍ତି। ସରକାର ବି ଏ ଦିଗରେ ତର୍ଜମା କରୁଛନ୍ତି। ଏନେଇ ଯାତ୍ରା ମାଲିକଙ୍କ ସହ ଆଲୋଚନା କରାଯିବ। ଏହି ପ୍ରସଙ୍ଗରେ ଚିନ୍ତା କରି ଖୁବଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକମାନଙ୍କୁ ଅନୁରୋଧ କରିଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

Leave a Reply

Your email address will not be published. Required fields are marked *