
ବେଲଗୁଣ୍ଠା (ଓଡ଼ିଶା ଟୁଡେ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଞ୍ଜନଗର ଓ ସୋରଡ଼ା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ବେଲଗୁଣ୍ଠା ବ୍ଲକ୍ ଗାଙ୍ଗପୁର ଶରତ ଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ଶ୍ରେଣୀଗୃହ ଉଦ୍ଘାଟନ କରିଛନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀ ଅମିତା ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରଧାନଶିକ୍ଷକ ସୁରେନ୍ଦ୍ର କୁମାର ସାହୁ, ପ୍ରଧାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା, ଓଏଭି ଅଧ୍ୟକ୍ଷ ମାନସ ରଞ୍ଜନ ଡାକୁଆ, ଏବିଇଓ ଗୋବିନ୍ଦ ଚନ୍ଦ୍ର ପାଢୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଇଆଇଏଲ୍ ହାଇଦ୍ରାବାଦ୍ ଓ ଓଡ଼ିଶା ସରକାରଙ୍କ ପଞ୍ଚସଖା ସେତୁର ମିଳିତ ସହଯୋଗରେ ନିର୍ମିତ ଶ୍ରେଣୀ କୋଠା ଉଦ୍ଘାଟନ କରିଥିଲେ ।