
ଭଞ୍ଜନଗର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ):- ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ତା ୧୫.୦୧.୨୦୨୫ ରିଖରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟ।ୟାଳୟ ଠାରେ ଉପଖଣ୍ଡ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡର ପ୍ରତେକ ବ୍ଲକ ଓ ବିଜ୍ଞାପିତ ଅଞ୍ଚଳର ଜୀବନ ଜୀବିକା ଯୋଜନାର ଚୟନ ହୋଇଥିବା ଭିନ୍ନକ୍ଷମ ଭାଇ ଭଉଣୀ ହିତାଧିକାରୀଙ୍କୁ ଇ-ରିକ୍ସା ବଣ୍ଟନ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନିତ ଅତିଥି ଭାବେ ଭଞ୍ଜନଗର ଉପ ଜିଲପାଳ ଶ୍ରୀ ଅନିଲ କୁମାର ସେଠୀ , ଭଞ୍ଜନଗର ଅତିରିକ୍ତ ଉପ ଜିଲ୍ଲାପାଳ ବିଶ୍ଵରଞ୍ଜନ କର ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ବିଧାୟକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ନାୟକ ଭିନ୍ନକ୍ଷମ ଭାଇ ଭଉଣୀ ହିତାଧିକାରୀଙ୍କୁ ଇ-ରିକ୍ସା ବଣ୍ଟନ କରିଥିଲେ । ଏଥିରେ ଭିନ୍ନକ୍ଷମ ଭାଇ ଭଉଣୀ ମାନେ ନିଜେ ଆଥିକ ସ୍ଵ।ବଲମ୍ବୀ ହୋଇପାରିବେ ବୋଲି ବିଧାୟକ ପରିପ୍ରକାଶ କରିଥିଲେ । ଏଥିରେ ଭଞ୍ଜନଗର ଉପଖଣ୍ଡର ୭ଟି ବ୍ଲକ ଯଥା ଭଞ୍ଜନଗର , ଜଗନ୍ନାଥପ୍ରସାଦ, ବେଲଗୁଣ୍ଠା, ସୋରଡା, ଆସିକା, ଧରାକୋଟ, ବୁଗୁଡା ଏବଂ ୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଯଥା ଭଞ୍ଜନଗର , ବେଲଗୁଣ୍ଠା, ସୋରଡା, ଆସିକା ଓ ବୁଗୁଡାର ହିତାଧିକାରୀଙ୍କୁ ୧୨ ଜଣଙ୍କୁ ୧୨ଟି ଇ-ରିକ୍ସା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରି ଶଙ୍କର ଶତପଥୀ ଏବଂ ସାମ୍ବାଦିକ ବନ୍ଧୁମାନେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ବିଭାଗ କର୍ମଚାରୀ ଶ୍ରୀ ମୁକେଶ ଡାକୂଆ ଓ ଭାରତୀ ବିଶୋଈ ସହଯୋଗ କରିଥିଲେ ।