ଯାଜପୁରରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଆଜି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯାଇଛି। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିଛନ୍ତି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଅଛନ୍ତି। ଏହି ଭବ୍ୟ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଯାଜପୁରର ସାଂସଦ ରବୀନ୍ଦ୍ର ବେହେରା,ବିଧାୟକ ଅମର ନାୟକ, ଆକାଶ ଦାସ ନାୟକ ଓ ହିମାଂଶୁ ଶେଖର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଛନ୍ତି ।

ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିଛନ୍ତି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଅଛନ୍ତି। ଆଜି ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ବଣ୍ଟନ କରାଯାଇଛି। ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ ପରେ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ। ଏହାସହ ଯେଉଁମାନେ ଏନ୍‌ପିସିଆଇରେ ରହିଯିବେ, ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ି ଦିଆଯିବ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ ପରେ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ। ଏହାସହ ଯେଉଁମାନେ ଏନ୍‌ପିସିଆଇରେ ରହିଯିବେ, ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ି ଦିଆଯିବ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *